ମୁଗୁପୁର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ 

ହାଟଡ଼ିହି,(ଯୁଗାବ୍ଦ ନ୍ୟୁଜ୍‌) : ହାଟଡିହି ବ୍ଲକ ମୁଗୁପୁର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ମୁକୁଳରାଣୀ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏବିଇଓ ତଥା ବିଆରସିସି ବିନୋଦ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ନିତ୍ୟାନନ୍ଦ ବେହେରା, ସମ୍ମାନୀତ ଅତିଥିଭାବେ ପଞ୍ଚୁଗୋଛିଆ ପଞ୍ଚାୟତର ସରପଞ୍ଚ ଜାନକୀ ଓଝା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସନାତନ ଓଝା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅଜୟ କୁମାର ସାହୁ, ମୁଗୁପୁର ସିଆରସିସି ରାମଚନ୍ଦ୍ର ସାହୁ, ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ସତପଥି, ଅବସରପ୍ରାପ୍ତ ଶିକ୍ଷକ କିଶୋର ଚନ୍ଦ୍ର ନାୟକ ପ୍ରମୁଖ ଯୋଗଦେଇ ସମୟାନୁବର୍ତ୍ତି ଓ କଠିନ ପରିଶ୍ରମ କଲେ ଭବିଷ୍ୟତ ଉଜ୍ଜ୍ୱଳ ହେବ ବୋଲି ମତବ୍ୟକ୍ତ କରିବା ସହିତ ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ଆଚରଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ବାର୍ଷିକ କ୍ରୀଡା ପ୍ରତିଯୋଗୀତାରେ ସଫଳତା ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା । ଦିପ୍ତୀମୟୀ ସେଠୀ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ବରିଷ୍ଠ ଶିକ୍ଷକ ବିଜୟ କୁମାର ସେଣ୍ଢ ବାର୍ଷିକ ବିବରଣୀ ପାଠ କରିଥିଲେ । ଶଶିରେଖା ଦାସ, ବିଭୁସ୍ମୀତା ମିଶ୍ର, ନରହରି ଜେନା, ପରିକ୍ଷୀତ ସେଠୀ, କେଶବ ଚନ୍ଦ୍ର ପଣ୍ଡା, ରଜନୀ ବାରିକ, ପ୍ରଫୁଲ କୁମାର ସାହୁ, ସୁରେନ୍ଦ୍ର କୁମାର ବେହେରା, ଶିବସୁନ୍ଦର ସାହୁ, ଛବିରାଣୀ ଜେନା, ସଶ୍ମିତା ସାହୁ, ସନ୍ତୋଷିନୀ ପତି, ସରୋଜ କୁମାର ନାୟକ ପ୍ରମୁଖ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ କଳା ଶିକ୍ଷକ ବିଶ୍ୱନାଥ ନାୟକଙ୍କ ସଂଯୋଜନାରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ