ମୁଧବାବୁଙ୍କ ଶ୍ରାଦ୍ଧଦିବସ ପାଳିତ
ଭୁବନେଶ୍ୱର-: ମଙ୍ଗଳବାର ୱାର୍ନ ନଂ-୩୬ ଅନ୍ତର୍ଗତ ଭୌମନଗର ପାଠାଗାରଠାରେ ମହାନ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା, ସ୍ୱାଭିମାନୀ, ସୁକବି, ଲେଖକ, ଆଇନ୍ ବିଶାରଦ ତଥା ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରୀ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୮୬ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । କର୍ପୋରେଟର ନରେନ କୁମାର ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ଯୋଗ ଦେଇଥିଲେ । ଅନ୍ୟ ଅତିିଥିମାନଙ୍କ ମଧ୍ୟରେ କମାଣ୍ଡର ସାମଲ, ସୌରେନ୍ଦ୍ର ମହାପାତ୍ର, ପ୍ରବାସୀ ଓଡ଼ିଆ ପ୍ରିୟଦର୍ଶୀ ଦାସ ଯୋଗ ଦେଇ ମଧୁବାବୁଙ୍କ ସ୍ମୃତିଚାରଣ କରିବା ସଙ୍ଗେ ସଙ୍ଗେ ତାଙ୍କର ତ୍ୟାଗପୂତ ଜୀବନ ସମ୍ପର୍କରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ୱାର୍ଡ଼ର ସଭାପତି ଶିବ ସୁଆର, ସମ୍ପାଦକ ଶେଖ ତସବୀର, ଶେଖ ମେହେବୁବ, ଉତ୍ତମ ସାମନ୍ତରାୟ, ଚନ୍ଦ୍ରଶେଖର ସାମଲ ପ୍ରମୁଖ ଯୋଗଦେଇ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ, ପ୍ରଥମ ଓଡ଼ିଆ ସ୍ନାତ୍ତକ, ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ବିଶିଷ୍ଟ ଆଇନ ବିଶାରଦ ତଥା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ଯେଉଁ ସଂଗ୍ରାମ ଜାରି ରଖିଥିଲେ ତାହା ଅବିସ୍ମରଣୀୟ । ତାଙ୍କରି ଆଦର୍ଶରେ ଆଜିର ଯୁବପିଢୀ ଅନୁପ୍ରାଣିତ ହେବା ପାଇଁ ମତବ୍ୟକ୍ତ କରିଥିଲେ । ଶେଷରେ ସଭାପତି ଶ୍ରୀଯୁକ୍ତ ସୁଆର ଅତିଥିମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଉପସ୍ଥିତ ଜନସାଧାରଣମାନଙ୍କ ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରିଥିଲେ ।


