ମୃତ ଯାତ୍ରୀଙ୍କୁ ରୋଟାରୀ କ୍ଲବ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ରୋଟାରୀ କ୍ଲବ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାରେ ମୃତ ଯାତ୍ରୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସ୍ଥାନୀୟ ରୋଟାରୀ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ କ୍ଲବର କର୍ମକର୍ତ୍ତା ଓ ସଦସ୍ୟ ସଦସ୍ୟାମାନେ କ୍ୟାଣ୍ଡେଲ ଜାଳି ତଥା ନିରବ ପ୍ରାର୍ଥନା ପୂର୍ବକ ଦିବଂଗତ ଯାତ୍ରୀଙ୍କ ଉଦ୍ଦେଶ୍ୟରେ କୃତଜ୍ଞତା ଜଣାଇଥିଲେ । ଏଥି ସହିତ ଚିକିତ୍ସିତ ଆହତ ଯାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା ସହ ସମସ୍ତେ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ରୋଟାରୀ କ୍ଲବ ସଭାପତି ଇଂ. ସୌରଭ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ରୋଟାରୀ କ୍ଲବର କର୍ମକର୍ତ୍ତା ଓ ସଦସ୍ୟ ସଦସ୍ୟମାନେ ଏହି ଶ୍ରଦ୍ଧାଞ୍ଜଳି ପ୍ରଦାନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।


