ମୃତ ଯୁବକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ

ବୁଗୁଡ଼ା, (ଅନିଲ କୁମାର ମହାରଣା) :ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଭଗବାନପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୂଆଁ ପାଣିକେଶ୍ୱର ଗ୍ରାମର ୨୧ ବର୍ଷ ବୟସ୍କ ଯୁବକ ଗୁରୁଦେବ ଗୌଡ଼ ମାର୍ଚ୍ଚ ୮ ତାରିଖ ଦିନ ବୁଗୁଡା ଥାନା ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମ ନିକଟରେ ବାଇକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ । ଖବର ପାଇ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମାର୍ଚ୍ଚ ୧୦ ତାରିଖ ଦିନ ମୃତକଙ୍କ ବାସଭବନକୁ ଯାଇ ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ବିଧାୟକ ଶ୍ରୀ ସାହୁଙ୍କ ସହ ଭାଗବାନପୁର ଗ୍ରାମ ପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ସୁଶାନ୍ତ କୁମାର ପ୍ରଧାନ ଓ ଗ୍ରାମବାସୀ ବୃନ୍ଦ ଉପସ୍ଥିତ ଥିଲେ । ଅନ୍ୟାନ୍ୟ ସରକାରୀ ସହଯୋଗ ପ୍ରଦାନ କରାଯିବ ବୋଲି ବିଧାୟକ ଶ୍ରୀ ସାହୁ ଓ ସରପଞ୍ଚ ଶ୍ରୀ ପ୍ରଧାନ ପ୍ରତିଶ୍ରୁତି ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ