ମେଡିକାଲ ଛକରେ ବିଜେଡି ପକ୍ଷରୁ ବିଜୁବାବୁଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ମେଡିକାଲ ଛକରେ ପ୍ରବାଦ ପୁରୁଷ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଶନିବାର ସକାଳେ ସେଠାରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଜେଡି ଜିଲ୍ଲା ସଭାପତି ଉତ୍କଳ କେଶରୀ ପରିଡା, ବରିଷ୍ଠ ବିଜେଡି ନେତା ଭଜକୃଷ୍ଣ ରାଉତ, ହିରଣ୍ୟ ପଣ୍ଡା,ସଞ୍ଜୟ କୁମାର ଜେନା, ପ୍ରଦିପ୍ତ ମହାନ୍ତି, ଜିଲ୍ଲା ପରିଷଦ ସଭ୍ୟ ରଶ୍ମୀରଞ୍ଜନ ରାଉତ, ଧିରେନ୍ଦ୍ର ଦାସ, ମାନସ ସେଠୀ, ରଞ୍ଜନ ସାହୁ ପ୍ରମୁଖ ଯୋଗଦେଇ ସ୍ୱର୍ଗତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ