ମୋଟାବାଡି ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୋଟାବାଡି ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଲୋକନାଥ ମିଶ୍ର , ମୁଖ୍ୟ ବକ୍ତା ଭାବେ ସିଆରସିସି ସୁଶାନ୍ତ କୁମାର ସେଠୀ, ଏବଂ ସମ୍ମାନିତ ଅତିଥି ଭାବେ ସୋରଡ଼ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ପାତ୍ର, ଏସଏମସି ସଭାପତି ପଦ୍ମ ଚରଣ ପ୍ରଧାନ, ଉପସଭାନେତ୍ରୀ ସ୍ନେହଲତା ସେଠୀ, ପଞ୍ଚାୟତ ୱାର୍ଡ଼ ସଭ୍ୟ ଫକୀର ରାଉତ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷକ ଗୋକୁଳାନନ୍ଦ ପ୍ରଧାନ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ