ମୋବାଇଲକୁ ଆସୁଛି ଏମରଜେନ୍ସି ଆଲର୍ଟ

ଭୁବନେଶ୍ବର, (ଯୁଗାବ୍ଦ ନ୍ୟୁଜ):ଆଜି ସକାଳୁ ସକାଳୁ ମୋବାଇଲକୁ ଆସୁଛି ଏମରଜେନ୍ସି ଆଲର୍ଟ। ଉଭୟ ଓଡ଼ିଆ ଓ ଇଂରାଜି ଭାଷାରେ ଆସୁଛି ଏଭଳି ମେସେଜ୍। ମୋବାଇଲରେ ଜରୁରୀକାଳୀନ ସୂଚନା ଦେବା ଭଳି ଏକ ମେସେଜ୍ ଆସୁଛି। ତେବେ ଏହି ମେସେଜ୍ ଦେଖି ଅନେକ ଆଶଙ୍କାରେ ପଡ଼ିଛନ୍ତି। ଏହି ମେସେଜ୍ କିଏ ଓ କାହିଁକି ଦେଉଛି, ଏହା ପଛର ଉଦ୍ଦେଶ୍ୟ କ’ଣ ସେ ନେଇ ଚିନ୍ତାରେ ପଡ଼ୁଛନ୍ତି।ସୂଚନା ଅନୁସାରେ, ଏହା କେନ୍ଦ୍ର ଟେଲିକମ୍ ବିଭାଗ ପକ୍ଷରୁ ଏକ ପ୍ରକାର ପରୀକ୍ଷା। ଏହି ବ୍ୟବସ୍ଥାରେ ଲୋକଙ୍କୁ ସୁରକ୍ଷା ଓ ଜରୁରୀକାଳୀନ ସୂଚନା ଦେବେ ସରକାର। ଟେଲିକମ୍ ଅପରେଟରଙ୍କ ଜରିଆରେ ଏହି ସତର୍କ ସୂଚନା ଦିଆଯାଉଛି। ଅଗଷ୍ଟରେ ପ୍ରଥମ ଥର ପାଇଁ ଏଭଳି ପରୀକ୍ଷା କରାଯାଇଥିଲା। ଏବେ ସୁଦ୍ଧା ୬ଥର ଏମିତି ପରୀକ୍ଷା କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ