ମୋହନାରେ ବ୍ଳକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ

ପାରଳାଖେମୁଣ୍ଡି,  (ତାରିଣୀ ପ୍ରସାଦ ପଣ୍ଡା) :  ସ୍ଥାନୀୟ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ମୋହନା ଗୋଷ୍ଠୀ ଶିକ୍ଷାଧିକାରୀ ଦେବଦାସ ତାମରାପୁକଙ୍କ ସଭାପତିତ୍ତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷ ରଞ୍ଜିବ ଶବର, ମୁଖ୍ୟବକ୍ତା ତପସ୍ଵିନୀ ହାଁସଦା ଓ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁନିତା ମଳିକ, ବ୍ଳକ ଉପାଧ୍ଯକ୍ଷ ବାଲ୍ମୀନା ଅଧିକାରୀ, ମୋହନା ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର କୁମାର ମଳିକ, ଚନ୍ଦ୍ରଗିରି ଜିଲ୍ଲା ପରିଷଦ ସଭ୍ୟ ସୁନୀଲ କୁମାର ବିଷୋୟୀ ଯୋଗ ଦେଇଥିଲେ । ଏହି ବିଜ୍ଞାନ ପ୍ରଦର୍ଶନୀରେ ବ୍ଳକର ୪୪ଟି ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ମାନଙ୍କ ଦ୍ଵାରା ୪୩ଟି ପ୍ରକଳ୍ପ ପ୍ରଦର୍ଶୀତ ହୋଇଥିଲା। ବିଭିନ୍ନ ପ୍ରକଳ୍ପ ଗୁଡ଼ିକୁ ଅତିଥି ମାନେ ବୁଲି ଦେଖିବା ସହ ସେ ସମ୍ବନ୍ଧରେ ଛାତ୍ରୀଛାତ୍ର ମାନଙ୍କୁ ପଚାରି ବୁଝିଥିଲେ। ମଧ୍ୟାହ୍ନରେ ଆୟୋଜିତ ସଭାରେ ଅତିଥିମାନେ ଯୋଗ ଦେଇ କୁନି ବୈଜ୍ଞାନିକ ମାନଙ୍କୁ ବିଜ୍ଞାନ ପ୍ରଯୁକ୍ତି ବିଦ୍ୟା ଆମର ଜୀବନକୁ ସୁରକ୍ଷିତ ଓ ଦୀର୍ଘଜିବୀ ରଖିବା, ଜ୍ଞାନକୁ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ସଂପ୍ରସାରିତ କରି ଏକ ସୁସ୍ଥ ସମୃଦ୍ଧଶାଳୀ ସମାଜ ଗଠନ କରିବା ଓ ବିଜ୍ଞାନ ପ୍ରଦର୍ଶନୀର ଆଭିମୁଖ୍ୟ ଏବଂ ଉପଯୋଗୀତା ସମ୍ପର୍କରେ ଆଲୋକପାତ କରିଥିଲେ।ବିଜ୍ଞାନ ପ୍ରଦର୍ଶନୀରେ ଶ୍ରେଷ୍ଠ ବିବେଚିତ ହୋଇଥିବା ପ୍ରକଳ୍ପ ଗୁଡ଼ିକର କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରଯାଇଥିଲା ଏବଂ ସେମାନେ ଜିଲ୍ଲାସ୍ତରକୁ ମନୋନୀତ ହୋଇଥିବା ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ତାମରାପୁ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ