ମୋ ସ୍କୁଲ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା ପତ୍ର
ନାଉଗାଁ, (ୱାଇଏନ୍ଏସ୍): ନାଉଗାଁ ବ୍ଳକରେ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମରେ ଅନ୍ତର୍ଭୂକ୍ତ ପୁରାତନ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କର ପ୍ରଶଂସାପତ୍ର ବଂଟନ ଉର୍ଦ୍ଦେଶ୍ୟରେ ବିଦ୍ୟାଳୟମାନଙ୍କରେ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଗଂଗଦାହାଟ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଖୁଲଣା ଦାସଙ୍କ ପୌରୋହିତ୍ୟରେ ମୁଖ୍ୟ ଅତିଥି ଭାବେ ସିଆରସିସି ଫକୀର ଚରଣ ସ୍ୱାଇଁ ଯୋଗ ଦେଇ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ତାଙ୍କ ସହିତ ଶିକ୍ଷକ ସୁକାନ୍ତ ଜେନା, ଶିକ୍ଷୟିତ୍ରୀ ନିଳିମା ବିଶ୍ୱାଳ, ମମତା ବାରିକ, ସବିତା ବେହେରା, ସ୍ମିତାବାଳା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଅଭିଯାନରେ ସାମିଲ ହୋଇଥିବା ପୁରାତନ ଛାତ୍ରଛାତ୍ରୀମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା ।


