ଯଶୋଦା ଫାଉଣ୍ଡେସନ ପକ୍ଷରୁ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ

ଛତ୍ରପୁର, (ଦେବଦତ୍ତ ମହାରଣା) : ଯଶୋଦା ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଶ୍ରୀ ଶ୍ରୀ ଗୌରୀ ଶଙ୍କର ମନ୍ଦିର ପରିସରରେ ସ୍ଥାନୀୟ ବ୍ଲକ ଅନ୍ତର୍ଗତ ଶିଖରପଲ୍ଲୀ ଗ୍ରାମର ବୃଦ୍ଧବୃଦ୍ଧା ମାନଙ୍କୁ ଶୀତ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସମାଜସେବୀ ଭାଗିରଥି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅସହାୟ ବୃଦ୍ଧବୃଦ୍ଧା ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀ, ଶିକ୍ଷାବିତ୍ କୃପାସିନ୍ଧୁ ପଣ୍ଡା, ଯୁବ ବିଜେଡି ନେତା ଅଟଳ ବିହାରୀ ପଟ୍ଟନାୟକ, ଟି. ସୁନ୍ଦର ରାଓ, ସନ୍ତୋଷ କୁମାର ସାହୁ, ଯଶୋଦା ଫାଉଣ୍ଡେସନ ର ଟ୍ରଷ୍ଟି ସାଗରିକା ପଣ୍ଡା ପ୍ରମୁଖ ଯୋଗ ଦେଇ ଶୀତବସ୍ତ୍ର ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ୧୧ ଜଣ ବୃଦ୍ଧବୃଦ୍ଧାଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଯଶୋଦା ଫାଉଣ୍ଡେସନର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳି ସାହୁ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ