ଯଶୋଦା ଫାଉଣ୍ଡେସନ ପକ୍ଷରୁ ଚାରା ରୋପଣ ଓ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ସ୍ଥାନୀୟ ବ୍ଲକ ଅନ୍ତର୍ଗତ ବଉଳଗାଁ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ ପକ୍ଷରୁ ଏକ ମେଗା ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବଉଳଗାଁ ସରପଂଚ ପ୍ରତିମା ଦାସ, ସମିତିସଭ୍ୟ ରାମ ଚନ୍ଦ୍ର ପରିଡା, ପୂର୍ବତନ ସରପଂଚ ଦୁର୍ଯ୍ୟୋଧନ ପରିଡା, ଶିକ୍ଷାବିତ୍ କୃପାସିନ୍ଧୁ ପଣ୍ଡା, ଛତ୍ରପୁର ପ୍ରେସ କ୍ଲବର ସଭାପତି ପ୍ରଶାନ୍ତ କୁମାର ମହାରଣା, କୃଷି ଗ୍ରାମ ସେବକ ମିଥୁନ ସେଠୀ, ଭ୍ରମରା ଦାସଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଯୋଗ ଦେଇ ବୃକ୍ଷ ରୋପଣ ର ଉପକାରିତା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ସମସ୍ତ ଅତିଥି ଓ ଗ୍ରାମବାସୀ ମାନେ ବୃକ୍ଷରୋପଣ କରିଥିଲେ । ପରେ ଗ୍ରାମବାସୀ ମାନଙ୍କୁ ବିଭିନ୍ନ କିସମର ଚାରା ବଣ୍ଟନ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଫାଉଣ୍ଡେସନ ର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳି ସାହୁ ପରିଚାଳନା ରେ ସହ ଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ