ଯଶୋଦା ଫାଉଣ୍ଡେସନ ପକ୍ଷରୁ ନୂଆଁପଲ୍ଲୀ ଗ୍ରାମରେ ବୟସ୍କ ମହିଳାଙ୍କୁ ଶୀତବସ୍ତ୍ର ବଣ୍ଟନ

ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଯଶୋଦା ଫାଉଣ୍ଡେସନ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ବ୍ଲକ ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ବୟସ୍କ ମହିଳା ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି । ଫାଉଣ୍ଡେସନର ଟ୍ରଷ୍ଟି ସାଗରିକା ପଣ୍ଡା ପୈାରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୀ ଭାବେ ଭିକାରୀପଲ୍ଲୀ ଗ୍ରାମ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ମଥୁରା ଚରଣ ସୁବୁଦ୍ଧି ଯୋଗଦେଇ ନୂଆଁପଲ୍ଲୀ ଗ୍ରାମର ୧୧ଜଣ ବୟସ୍କ ମହିଳାଙ୍କୁ ଶୀତବସ୍ତ୍ର ପ୍ରଦାନ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ୱାର୍ଡ ସଭ୍ୟ ତାରା ଗୈାଡଙ୍କ ସମେତ ଅନ୍ୟାନ୍ୟ ମହିଳା ମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ପରିଚାଳନାରେ ଫାଉଣ୍ଡେସନର ସୁଦେଷ୍ଣା ଓ ପୁଷ୍ପାଞ୍ଜଳି ସାହୁ ପରିଚାଳନାରେ ସହ ଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ