ଯଶୋଦା ଫାଉଣ୍ଡେସନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ବ୍ଲକ ବିପୁଳିଙ୍ଗି ଗ୍ରାମ ପଂଚାୟତର କତୁରୁ ଗ୍ରାମରେ ଏକ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନ ର ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କତୁରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃକ୍ଷ ରୋପଣ କରିବା ସହ ଗ୍ରାମର ପ୍ରାୟ ୨୫ ଜଣ ମହିଳାଙ୍କୁ ଚାରା ବଣ୍ଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ୱାର୍ଡ ମେମ୍ବର ଚନ୍ଦ୍ରମା ରେଡ୍ଡୀ ଉପସ୍ଥିତ ରହି ସମସ୍ତେ ବୃକ୍ଷ ଲଗାଇ ତାର ଯତ୍‌ନ ନେବା ପାଇଁ କହିଥିଲେ । ଏହି ଅବସରରେ ନଡିଆ ଚାରା ସମେତ ୫୦ ଟି ଚାରା ବଣ୍ଟନ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଫାଉଣ୍ଡେସନ ର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳୀ ସାହୁ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ