ଯଶୋଦା ଫାଉଣ୍ଡେସନ ପକ୍ଷରୁ ଶୀତବସ୍ତ୍ର ବଣ୍ଟନ
ଛତ୍ରପୁର, (ଦେବଦତ୍ତ ମହାରଣା) :ଛତ୍ରପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ ପକ୍ଷରୁ ଚିକଲଖଣ୍ଡି ପଂଚାୟତର ପୁରୁଣାପାଟ୍ଟଣା ଗ୍ରାମର ଅସହାୟ ଲୋକଙ୍କୁ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଫାଉଣ୍ଡେସନ ର ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୁରୁଣାପାଟ୍ଟଣା ଗ୍ରାମର ମୋଟ ୧୧ ଜଣ ପୁରୁଷ ଓ ମହିଳାଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଫାଉଣ୍ଡେସନ ର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳୀ ସାହୁ ପରିଚାଳନା କରିଥିଲେ ।


