ଯାଜପୁରରୁ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ଯାଜପୁରରୁ ଆଜି ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଥିବା ବେଳେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରକାଶ କରାଯାଇନଥିବା ବେଳେ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ଏହାକୁ ମିଶାଇ ଆଜିର ଦିନରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।