ଯାଜପୁରରେ ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ କରୋନା ଦିନକୁ ଦିନ ଭୟଙ୍କର ରୂପ ଗ୍ରହଣ କରିବାରେ ଲାଗିଛି । ଯାଜପୁରରୁ ଆଜି ୧୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୧୪ ଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଥିବା ବେଳେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା 36ରେ ପହଞ୍ଚିଛି । ସମୁଦାୟ ୧୪୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ସମସ୍ତ ୧୪ ଜଣ ଆକ୍ରାନ୍ତ କଟିପଡା ଅଞ୍ଚଳର ବୋଲି ଜଣାପଡିଛି ।


