ଯାଜପୁରରେ ପୁଣି ପଜିଟିଭ, ରାଜ୍ୟରେ ମୋଟ ୧୭୯

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାରି ଭିତରେ ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ଯାଜପୁରର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ଏଥିସହ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ବର୍ତ୍ତମାନ ସୁଦ୍ଧା ୪୭୪୫୪ ନମୁନା ପରୀକ୍ଷା ହୋଇଥିବାବେଳେ ୧୭୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୭ ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି। ସେହିପରି ୬୦ ଜଣ ସୁସ୍ଥ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ