ଯାତ୍ରୀଙ୍କ ସୁବିଧା ପାଇଁ ପୁରୀ ଓ ବ୍ରହ୍ମପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ

ପୁରୀ- ନୂଆବର୍ଷରେ ଶ୍ରୀକ୍ଷେତ୍ର ପୁରୀରେ ମାତ୍ରାଧିକ ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବୁଧବାର ସ୍ୱତନ୍ତ୍ର ପାସେଞ୍ଜର ଟ୍ରେନ୍ ବ୍ୟବସ୍ଥା କରାଯାଇଛି । ଏହି ଟ୍ରେନ୍ ଆଜି ସନ୍ଧ୍ୟାରେ ପୁରୀ ଓ ବ୍ରହ୍ମପୁର ମଧ୍ୟରେ ଚଳାଚଳ କରିବ ବୋଲି ପୂର୍ବତଟ ରେଳ ପକ୍ଷରୁ କୁହାଯାଇଛି । ଏହି ସ୍ୱତନ୍ତ୍ର ପାସେଞ୍ଜର ଟ୍ରେନ ପୁରୀ ଠାରୁ ଆଜି ସନ୍ଧ୍ୟା ୬ ଘଟିକାରେ ଛାଡି ବ୍ରହ୍ମପୁର ଅଭିମୁଖେ ଯାତ୍ରା କରିବ। ପୁରୀ-ବ୍ରହ୍ମପୁର ମଧ୍ୟରେ ଏହି ସ୍ୱତନ୍ତ୍ର ଟ୍ରେନ ସମସ୍ତ ଷ୍ଟେସନ ଓ ପାସେଞ୍ଜର ହଲଟମାନଙ୍କରେ ରହଣି କରିବ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ