ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ୪୪ଟି ଅଭିଯୋଗ ପଂଜିକୃତ
ନାଉଗାଁ, (ଯୁଗାବ୍ଦ ନ୍ୟୁଜ) : ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଜ୍ୟୋତି ଫେଡରେସନ ସମ୍ମିଳନୀ କକ୍ଷରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ନାଉଗାଁ ବ୍ଲକ ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ପାରୁଲ ପଟାୱାରୀ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଶିବିରରେ ସମୁଦାୟ ୪୪ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ଗ୍ରାମ୍ୟ ଓ ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ ୭ଟି ଓ ବ୍ୟକ୍ତିଗତ ସମସ୍ୟା ସଂପର୍କୀୟ ୩୭ଟି ରହିଥିଲା । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଜମିଜମା ସମସ୍ୟା ୭ଟି, ଭତା ପାଇବା ପାଇଁ ୦୫ଟି, ରେଡକ୍ରସ ପାଣ୍ଠିରୁ ସହାୟତା ପାଇଁ ପାଇଁ ୦୧ଟି, ପୋଲିସ ସହାୟତା ସଂର୍ପକୀୟ ୦୧ଟି ଏବଂ ଅନ୍ୟାନ୍ୟ ୧୨ଟି ଅଭିଯୋଗ ଶୁଣାଣି କରାଯାଇଥିଲା । ୧୧ଟି ଅଭିଯୋଗ ତତ୍କାଳ ଫଏସଲା ହୋଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡିକର ସମାଧାନ କରାଯିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାଯାଇଛି । ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳଙ୍କ ସହିତ ଆରକ୍ଷୀ ଅଧିକ୍ଷକ ରାହୁଲ ପି. ଆର୍, ମୁଖ୍ୟ ବିକାଶ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ରବିନାରାୟଣ ଜେଠୀ, ଉପଜିଲ୍ଲାପାଳ ପ୍ରଦୀପ କୁମାର ସାହୁ,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରଶ୍ମୀରଂଜନ ସାହୁ, ବିଡିଓ ତପନ ମହାପାତ୍ର, ତହସିଲଦାର ଏସ.କେ ସାଗିର, ନାଉଗାଁ ବ୍ଳକ ଅଧ୍ୟକ୍ଷା ତୃଷ୍ଣା ଲେଙ୍କା, ଉପାଧ୍ୟକ୍ଷ ସୁଜିତ ପୁହାଣଙ୍କ ସହିତ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଓ କ୍ଷେତ୍ର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।