ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେଏଡସ ଦିବସ

ବାଲେଶ୍ୱର, (ସରୋଜ ପଣ୍ଡା):କୁଣ୍ଡଳୀ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଓଡ଼ିଶା ରେଡ଼କ୍ରସ ସୋସାଇଟି ଓ କଲେଜ ରେଡ ରିବନ ୟୁଥ କ୍ଲବର ମିଳିତ ସହଯୋଗରେ ସଚେତନତା ଶୋଭାଯାତ୍ରା ଓ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । କଲେଜ ଅଧ୍ୟକ୍ଷ, ଅଧ୍ୟାପକ ଓ ଅଧ୍ୟାପିକାମାନେ ଏଥରେ ଯୋଗଦେଇ ଏଡସ ରୋଗର ଭୟାବହତା ଓ ପ୍ରତିକାର ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ । ଜାତୀୟ ସେବା ଯୋଜନା ପ୍ରୋଗ୍ରାମ ଅଫିସର ଜଳନ୍ଧର ମଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସମେତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ