ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ହାଟଡ଼ିହି, (ଓ୍ବାଇଏନ୍ଏସ୍):ନନ୍ଦିପଦା ଥାନା ମରୈଗାଁ ବଜାରରେ ରହୁଥିବା ଜିତେନ୍ଦ୍ର ଗିରି ନାମକ ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି । ଆଜି ସକାଳେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ତାଙ୍କ ଘର ଭିତରୁ ଦେଖିବାକୁ ମିଳିଥିଲା । ଏ ଖବର ପ୍ରଚାରିତ ହେବାପରେ ଘଟଣାସ୍ଥଳରେ ଶହଶହ ଲୋକଙ୍କ ଭିଡ ଜମିଥିଲା । ପରିବାର ଲୋକେ ଏହାକୁ ଆତ୍ମହତ୍ୟା ବୋଲି କହୁଛନ୍ତି । ମାତ୍ର ମୃତଦହର ଗୋଡ ଦୁଇଟି ମାଟିରେ ଲାଗିଥିବାରୁ ମୃତ୍ୟୁକୁ ନେଇ ସନ୍ଦେହ ପ୍ରକାଶ ପାଇଛି । ନନ୍ଦିପଦା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହକୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ମଦନ ନାୟକ ପ୍ରକାଶ କରିଛନ୍ତି ।