ଯୁବକର ସନ୍ଦେହଜନକ ମୃତ୍ୟୁ

ରାଇରଙ୍ଗପୁର (ଅକ୍ଷୟ ବି‌ଶ୍ୱାଳ): ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ଦୁବୁଲାବେଡା ଗ୍ରାମରେ ଜନୈକ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ ଯେ ଶୁକ୍ରବାର ରାତି ୧୧ଟା ପାଖାପାଖି ସମୟରେ ଭବାନି ଶଙ୍କର ଦାସ(୪୩)(ଭିକି) ରାତିରେ ଘରକୁ ଫେରିଥିଲେ । ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା ।ତାଙ୍କୁ ରାଇରଙ୍ଗପୁର ହସ୍ପିଟାଲକୁ ଅଣାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ । ଏହାକୁ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା କେଶ ନଂ ୫/୨୧ ରୁଜୁ କରିଛି ।ପରେ ପୋଲିସ ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିବା ସହ ତଦନ୍ତ କରୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ