“ଯୁବ ଓଡିଶା ନବୀନ ଓଡିଶା” ଆନୁକୂଲ୍ୟରେ କ୍ରୀଡା କାର୍ଯ୍ୟକ୍ରମ ଉଦଘାଟିତ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ” ଯୁବ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ କ୍ରୀଡା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଉଦଘାଟନୀ କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଡକ୍ଟର ବିବେକାନନ୍ଦ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ଗଭର୍ନିଂ ବଡ଼ି ସଭାପତି ହରିହର ବିଷୋୟୀ କ୍ରୀଡା କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବାଲିପଦର ସରପଞ୍ଚ ରାଜଲକ୍ଷ୍ମୀ ପ୍ରଧାନ, କଲମ୍ବ ସରପଞ୍ଚ ପ୍ରଦୀପ କୁମାର ଜେନା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ନୋଡାଲ ଅଫିସର ଅଧ୍ୟାପକ ଅମୀୟ କୁମାର ସ୍ୱାଇଁ ଓ କ୍ରୀଡା ଉପସଭାପତି ଅଧ୍ୟାପକ ଡକ୍ଟର ଏ.ଜିତେଶ ରାଓ ଦୋରା କ୍ରୀଡା କାର୍ଯ୍ୟକ୍ରମ ବିଷୟରେ ବିବରଣୀ ପ୍ରଦାନ କରିଥିଲେ। ଏହାପରେ କ୍ରୀଡା ଅଧ୍ୟାପକ ଭଞ୍ଜକିଶୋର ଗୌଡ଼ଙ୍କ ତତ୍ତ୍ୱାବଧାନରେ କ୍ରୀଡା ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ରେ କଲେଜର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦ ଅଂଶ ଗ୍ରହଣ କରିଥିଲେ। ଏହାପରେ ଅନୁଷ୍ଠିତ ବିଭିନ୍ନ କ୍ରୀଡ଼ାରେ ଶତାଧିକ ଛାତ୍ରଛାତ୍ରୀ ବୃନ୍ଦ ଅଂଶ ଗ୍ରହଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ