ଯୁବ ସମାଜ ପାଇଁ ପ୍ରେରଣାର ଉତ୍ସ ସ୍ୱାମୀ ବିବେକାନନ୍ଦ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନେହେରୁ ଯୁବକେନ୍ଦ୍ର, ଖୋର୍ଦ୍ଧା ଆନୁକୂଲ୍ୟରେ ଭୁବନେଶ୍ୱର ପଟିଆ ସ୍ଥିତ ରାଜା ମଧୁସୂଦନ ଦେବ ମହାବିଦ୍ୟାଳୟ ପରିସର ମଧ୍ୟରେ ସ୍ୱାମୀ ବିବେକାନନ୍ଦଙ୍କ ୧୬୧ତମ ଜନ୍ମ ଜୟନ୍ତୀ ଓ ଯୁବ ଦିବସ ପାଳିତ ହୋଇଯାଇଛି । ନେହେରୁ ଯୁବକେନ୍ଦ୍ରର ଯୁବ ଅଧିକାରୀ ବିପିନ୍ କୁମାର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ରୂପେ ଶିକ୍ଷାବିତ୍ ବିଧୂଭୂଷଣ ପଟ୍ଟନାୟକ, ସମ୍ମାନିତ ଅତିଥି ରୂପେ କିଟ୍ ବିଶ୍ୱବିଦ୍ୟାଳୟର ସହ-ପ୍ରଧ୍ୟାପକ ସ୍ମୃତିରଞ୍ଜନ ଦାଶ, ରାଜା ମଧୁସୂଦନ ଦେବ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ରାଉତ, ସହ-ପ୍ରାଧ୍ୟାପକ ପ୍ରବୀଣ କୁମାର ସାହୁ ପ୍ରମୁଖ ଅତିଥି ରୂପେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କୁ ଯୁବ ଉତ୍ସ ବୋଲି ବର୍ଣ୍ଣନା କରିବା ସହ ତାଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ । ଉପସ୍ଥିତ ଅତିଥିମାନେ ଯୁବ ସମାଜ ସ୍ୱାମିଜୀଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ କୁଳମଣି ମଲ୍ଲିକ, ଶୁଭେନ୍ଦ୍ରନାଥ ସାହୁ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ