ଯୋଡା ବିଜେଡି ପକ୍ଷରୁ ରକ୍ତଦାନ ଶିବିର
ଯୋଡା,(ସମୀର କୁମାର ଦାସ):କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଗଣେଶ ଭବନଠାରେ ସୋମବାର ପୂର୍ବାହ୍ନରେ ଯୋଡା ବିଜେଡି ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୩୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ଶିବିରରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଥିଲା । କରୋନା ମହାମାରୀର ପ୍ରଭାବ ଯୋଗୁ ବିଭିନ୍ନ ଡାକ୍ତରଖାନାରେ ରକ୍ତ ଅଭାବ ଦେଖାଦେଇଛି, ଏହିଭଳି ଘଡି ସନ୍ଧି ମୁହୁର୍ତରେ ଯୋଡା ବିଜେଡିର ଏହି ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି । ଏହି କାର୍ଯ୍ୟକ୍ରମକୁ ଯୋଡା ବିଜେଡି ଯୁବ ନେତା ସୁଶାନ୍ତ ବାରିକ ଓ ଅନ୍ୟ ସଦସ୍ୟମାନେ ପରିଚାଳନା କରିଥିଲେ ।


