ଯୋଶଦା ଫାଉଣ୍ଡେସନ୍ ପକ୍ଷରୁ ଶୀତବସ୍ତ୍ର ବଂଟନ

ଛତ୍ରପୁର-: ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯୋଶଦା ଫାଉଣ୍ଡେସନ୍ ପକ୍ଷରୁ ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ପୌରୋହିତ୍ୟରେ ଛତ୍ରପୁର ବ୍ଲକ୍ ଓ ପୁରୁଷୋତମପୁର ବ୍ଲକର ଅସହାୟ ବୃଦ୍ଧ ବୃଦ୍ଧାଙ୍କୁ ଶୀତବସ୍ତ୍ର ବଂଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସମ୍ପାଦକ ତଥା ସରକାରୀ ଓକିଲ ମନୋଜ କୁମାର ପାଢୀ ଯୋଗ ଦେଇ ବୃଦ୍ଧ ବୃଦ୍ଧା ମାନଙ୍କୁ ଶୀତବସ୍ତ୍ର ବଂଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଛତ୍ରପୁରର ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଶିକ୍ଷାବିତ୍ କୃପାସିନ୍ଧୁ ପଣ୍ଡା, ଋଷିକୁଲ୍ୟା ରୟତ ମହାସଭାର ସମ୍ପାଦକ ସିମାଂଚଳ ନାହାକ, ଯୁବ ସାମ୍ବାଦିକ ବସନ୍ତ କୁମାର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଟ୍ରଷ୍ଟ୍ ର ସୁଦଷ୍ଟା ସାହୁ ଓ ପୁଷ୍ପାଞ୍ଜଳି ସାହୁ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ