ଯୌତୁକରେ ମୋଟର ସାଇକେଲ ମାଗିଲେ ଅର୍ଜୁନ ମଙ୍ଗଳସୂତ୍ର ସହ ଶଙ୍ଖାଚୁଡ଼ି ଖୋଲିଦେଲେ ଦେବକୀ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):ନବ ବିବାହିତାଙ୍କ ଯୌତୁକକୁ ବିରୋଧ ଘଟଣା ଏବେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି । ଯୌତୁକରେ ବର ମୋଟର ସାଇକେଲ ମାଗିବାରୁ ସମସ୍ତଙ୍କ ସାମ୍ନାରେ ମଙ୍ଗଳ ସୂତ୍ର ଓ ଶଙ୍ଖା,ଚୁଡି ଖୋଲି ଦେଇ ବାପା ଘରକୁ ଫେରି ଯାଇଛନ୍ତି ଜଣେ ନବ ବିବାହିତା କନ୍ୟା । ଏହି ଘଟଣାକୁ ନେଇ ଏବେ ଅଞ୍ଚଳରେ ଚର୍ଚ୍ଚା ଜୋର୍ ଧରିଛି । ଘଟଣା ପ୍ରକାରେ ତୁମୁଡିବନ୍ଧ ଥାନା ସାରୁପାଟା ଦୁର୍ଗମ ଇଲାକାର ଝିଅ ଦେବକୀ ଦିଗାଲ ଗତ ୯ ତାରିଖରେ ବାଲିଗୁଡ଼ା ଥାନା ବରିକିଆ ଗ୍ରାମର ଅର୍ଜୁନ ଦିଗାଲ ନାମକ ଯୁବକଙ୍କୁ ବିବାହ କରିଥିଲା । ହେଲେ ପରଦିନ କନ୍ୟା ପକ୍ଷ ଲୋକେ ବର ଘରକୁ ଆସିଥିବା ସମୟରେ ଯୌତୁକରେ ଏକ ମୋଟରସାଇକେଲ ଦେବାକୁ ବର ଦାବି କରିଥିଲା କନ୍ୟା ପକ୍ଷଙ୍କ ନିକଟରେ । ଆଉ ଏହି ସମୟରେ ନବବଧୂ ଯୌତୁକକୁ ବିରୋଧ କରିବା ସହ ସଭା ମଧ୍ଯରେ ମଙ୍ଗଳସୂତ୍ର ସହ ଶଙ୍ଖା,ଚୁଡି ଖୋଲି ଦେଇ ବାପା ଘରକୁ ଚାଲି ଯାଇଥିବା ଜଣାପଡ଼ିଛି । ଦୁର୍ଗମ ଇଲାକାରେ ବସବାସ କରୁଥିବା ଝିଅର ଏଭଳି ନିଷ୍ପତି ସହ ତାର ସାହସକୁ ନେଇ ଏବେ ସେ ଚର୍ଚ୍ଚାରେ ରହିଛି । ଅନ୍ୟପଟେ ବର ଘର ଲୋକେ ଯୌତୁକ ରେ ମୋଟରସାଇକେଲ ମାଗିବା ଘଟଣା ମିଛ ବୋଲି କହିବା ସହ ଆମକୁ ଏବେ ଝିଅ ଦରକାର ବୋଲି କହିଛନ୍ତି ।ଏ ନେଇ ଦୁଇ ପରିବାର ମଧ୍ୟରେ ଆପୋଷ ମିଳାମିଶା ହେଉଛି କି ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଉଛି, ତାହା ପରେ ଜଣା ପଡିବ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ