ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଚିହ୍ନା ବ୍ୟକ୍ତି ଉଦ୍ଧାର

ଯୋଡ଼ା,(ସମୀର କୁମାର ଦାସ): କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ୫୨୦ ନଂ ଜାତୀୟ ରାଜପଥର ଲହଣ୍ଡା ପେଟ୍ରୋଲ ପମ୍ପ ନିକଟରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନା ନିଆଯାଇଥିଲେ ହେଁ, ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନାନୁଯାୟୀ , ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଚିହ୍ନା ବ୍ୟକ୍ତି ଜଣକ ଉକ୍ତ ପେଟ୍ରୋଲ ପମ୍ପ ନିକଟରେ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଂଚି ତାଙ୍କୁ ଉଦ୍ଧାର କରି ଚମ୍ପୁଆସ୍ଥିତ ଉପଖଣ୍ଡ ଚିକିତ୍ସାଳୟ କୁ ପଠାଇଥିଲେ ହେଁ, ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ ସୂଚନା ଦେଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନଥିବା ବେଳେ, ଉଦ୍ଧାର ସମୟରେ ସେ ଯାଜପୁର ଜିଲା ଚଣ୍ଡିଖୋଲକୁ ଯିବାକୁ କହୁଥିଲେ ବୋଲି ପୋଲିସ ସୂଚନା ଦେଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ