ରଷ୍ଟ୍ରିୟ ଏକତା ଅଭିଯାନ ଉପଲକ୍ଷେ ବିଜେପିର ପ୍ରସ୍ତୁତି ବୈଠକ

ବ୍ରହ୍ମପୁର , (ଯୁଗାବ୍ଦ ନ୍ୟୁଜ): ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ରଷ୍ଟ୍ରିୟ ଏକତା ଅଭିଯାନ ଉପଲକ୍ଷେ “ଜନ ଜାଗରଣ ସଭା” ନିମନ୍ତେ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲ୍ଲା ସଭାପତି କାହ୍ନୁ ଚରଣ ପତିଙ୍କ ଅଧ୍ୟକ୍ଷତାରେ ଗାନ୍ଧୀ ନଗରସ୍ଥିତ ଜିଲ୍ଲା କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆସନ୍ତା ୨୩ ତାରିଖରେ ହେବାକୁ ଥିବା ଜନ ଜାଗରଣ ସଭାରେ ପୂର୍ବତନ ସାଂସଦ ତଥା ରଷ୍ଟ୍ରିୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ଦିଆଯାଇଛି । ଉକ୍ତ ପ୍ରସ୍ତୁତି ବୈଠକରେ ରାଜ୍ୟ ସାଧାରଣ ସଂପାଦକ ଭୃଗୁ ବକ୍ସି ପାତ୍ର , ସୁନିଲ ପାତ୍ର, ସୁମନ ଶତପଥୀ, ରବି ସାହୁ ପ୍ରମୁଖ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ