ରାଜଧାନୀର ଏକ ଘରୋଇ ହସ୍ପିଟାଲ ସିଲ୍

ଭୁବନେଶ୍ବର : କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ଫଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିବାରେ ଲାଗିଛି । କୋଭିଡ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀର ଏକ ଘରୋଇ ହସ୍ପିଟାଲକୁ ସିଲ କରାଯାଇଛି । ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହ୍ୱିଲ ନାମକ ଘରୋଇ ହସ୍ପିଟାଲକୁ ବିଏମସି ପକ୍ଷରୁ ସିଲ କରାଯାଇଛି । ସମ୍ପୃକ୍ତ ହସ୍ପିଟାଲରୁ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଛି । ଗତକାଲି ଉକ୍ତ ହସ୍ପିଟାଲରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ବିଏମସି ପକ୍ଷରୁ ଏନେଇ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ