ରାଜନୀତି ବିଜ୍ଞାନ ବିଭାଗ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ପିପୁଲସ କଲେଜର ରାଜନୀତି ବିଜ୍ଞାନ ବିଭାଗର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ଦ୍ଵିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବା ଜଣାପଡ଼ିଛି। ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ପ୍ରିନ୍ସପାଲ ରଜନୀକାନ୍ତ ଦାଶ ଅଧ୍ୟକ୍ଷତା କରିଥିଲେ। ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ପ୍ରଥମ ବର୍ଷ ଛାତ୍ରଛାତ୍ରୀ ନିଜ ନିଜର ପରିଚୟ ପ୍ରଦାନ କରିଥିବା ବେଳେ ଦ୍ଵିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଥିଲେ। ଅତିଥି ଭାବେ ଅଧ୍ୟାପକ ଡ଼ଃ ସଞ୍ଜୟ କୁମାର ପ୍ରଧାନ, ଅଧ୍ୟାପକ ଡ଼ଃ ଜୟରାମ ବିଷୋୟୀ, ଅଧ୍ୟାପକ ଲୋକନାଥ ବେହେରା ଓ ଅଧ୍ୟାପକ ବିନୋଦ କୁମାର କର ପ୍ରମୁଖ ଯୋଗଦେଇଥିଲେ। ଅତିଥି ବୃନ୍ଦ ନିଜ ବକ୍ତବ୍ୟରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ସହ ଉତ୍ତମ ନାଗରିକ ହେବା ଓ ଉତ୍ତମ ଶିକ୍ଷା ଗ୍ରହଣ ପାଇଁ ପରାମର୍ଶ ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ