ରାଜ୍ୟରୁ ଆଉ ୧୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଆଉ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଏବଂ ଯାଜପୁରରୁ ଏହି ୧୦ଟି ଯାକ ପଜିଟିଭ୍ କେସ୍ ସାମ୍ନାକୁ ଆସିଛି । ଭଦ୍ରକରୁ 6ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଭଦ୍ରକ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧ରେ ପହଞ୍ଚିଥିବା ବେଳେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୯ରେ ପହଞ୍ଚିଛି । ଏହି ନୂତନ ୧୦ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୩୬୨ରେ ପହଞ୍ଚିଛି ।


