ରାଜ୍ୟରେ ଆଉ ତିନି କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତିନି ଜଣ ଆକ୍ରାନ୍ତ ଯାଜପୁର, ମୟୁରଭଞ୍ଜ ଏବଂ କଟକର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି । ୩୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର ପ୍ରାଣହାନି ଘଟିଛି । ଏହାକୁ ମିଶାଇ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୬ରେ ପହଞ୍ଚିଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଥିବା ବେଳେ ମୟୁରଭଞ୍ଜରେ ୯ ଏବଂ କଟକରେ ୩ ରେ ପହଞ୍ଚିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ