ରାଜ୍ୟରେ ଆଉ ୧୫ ନୂତନ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଆହୁରି ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୧୫ ଜଣଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ ରେ ପହଞ୍ଚିଛି । ପ୍ରଥମ ଥର ପାଇଁ ବୌଦ୍ଧ ଜିଲ୍ଲାକୁ ଛୁଇଁଛି କରୋନା । ବୌଦ୍ଧ ଜିଲ୍ଲାର ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ବାହାରିଥିବା ବେଳେ ଅନୁଗୁଳ ଏବଂ ପୁରୀରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆଜି ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର ପ୍ରାଣହାନି ଘଟିଛି ।