ରାଜ୍ୟରେ ଆଉ ୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଗୁରୁବାର ପୁଣି ରାଜ୍ୟରେ ୪ ପଜିଟିଭଙ୍କୁ ଚିହ୍ନଟ କରାଯାଇଛି । ସମ୍ପୃକ୍ତ ୪ ପଜିଟିଭ ଯାଜପୁରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟରେ ସୂଚନା ଦିଆଯାଇଛି । ଫଳରେ ବର୍ତ୍ତମାନ ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା ୮୭ରେ ପହଞ୍ଚିଛି । ଅନ୍ୟପକ୍ଷରେ ଆଜି ୪ ଜଣ ପଜିଟିଭ ଚିହ୍ନଟ ପରେ ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି ।
ପ୍ରକାଶ ଯେ, ଗତ କିଛି ଦିନ ହେଲା ଭଦ୍ରକ, ବାଲେଶ୍ୱର ଓ ଯାଜପୁରରେ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଅଧିକାଂଶ ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ ରହିଛି । ଲକଡାଉନ ଜାରି ରହିଥିଲେ ମଧ୍ୟ ଶତାଧିକ ଲୋକ ପଶ୍ଚିମବଙ୍ଗରୁ ଓଡ଼ିଶା ଆସିଛନ୍ତି । କିଏ ଆମ୍ବୁଲାନ୍ସରେ ତ କିଏ ବିଲରେ ଚାଲି ଚାଲି ଘରେ ପହଞ୍ଚିଛି । ଯାହାର ପରିଣାମ ସ୍ୱରୂପ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏନେଇ ପଶ୍ଚିମବଙ୍ଗ ସୀମାକୁ ସିଲ କରିବା ପାଇଁ ବିଭିନ୍ନ ମହଲରୁ ଦାବି ହୋଇଆସୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ