ରାଜ୍ୟରେ ଆଉ ୬୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହି ନୂତନ ୬୭ଙ୍କ ମଧ୍ୟରେ ପୁରୀ ଜିଲ୍ଲାରୁ ସର୍ବାଧିକ ୧୬, ନୟାଗଡରୁ ୧୩, ଗଞ୍ଜାମ ଓ ବଲାଙ୍ଗିର ଜିଲ୍ଲାରୁ ୭ ଜଣ ଲେଖାଏଁ, ଅନୁଗୁଳରୁ ୬, ସୁନ୍ଦରଗଡ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ ରହିଥିବାବେଳେ ଖୋର୍ଦ୍ଧାରୁ ୩, କଟକ ଓ ମାଲକାନଗିରିରୁ ୨ ରହିଛନ୍ତି । ଆଜି ପ୍ରଥମଥର ପାଇଁ ବରଗଡ ଓ ନୂଆପଡା ଛୁଇଁଛି କରୋନା। ଜଗତସିଂହପୁର, ଢେଙ୍କାନାଳ ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କ ମିଶାଇଲେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬ ରେ ପହଞ୍ଚିଛି। ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୩୩ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୪୯୭ । ଏହି ନୂତନ ୬୭ ମଧ୍ୟରୁ ୬୦ କ୍ବାରେଣ୍ଟିନ୍‌ କେନ୍ଦ୍ରର ରହିଥିବାବେଳେ, ଚାରିଜଣ ହୋମ୍‌ କ୍ବାରେଣ୍ଟିନ୍‌ର ରହିଥିବାବେଳେ ତିନି ଜଣ ଲୋକାଲ୍‌ କେସ୍‌ ରହିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ