ରାଜ୍ୟରେ ଆଉ ୮୦ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର : ରାଜ୍ୟରେ ଆଉ ୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସକାଳୁ ୧୪୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୦ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସୁସ୍ଥ ହୋଇଥିବା ୮୦ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୩୨୫ରେ ପହଞ୍ଚିଛି । ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ କେନ୍ଦ୍ରାପଡା ଓ ମାଲକାନଗିରିରୁ ୧୬ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନୟାଗଡ, ସୋନପୁର, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୭ ଜଣ, ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର, ଜଗତସିଂହପୁର ଏବଂ ନବରଙ୍ଗପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଞ୍ଚିଥିବା ବେଳେ ତାମଧ୍ୟରୁ ୧୩୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୧୧ ରହିଛି ।


