ରାଜ୍ୟରେ ଆଜି ୧୦୯୬ କରୋନା ପଜିଟିଭ୍ ଚିହ୍ନଟ, ୬୪ ମୃତ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୩୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୮ଜଣ, ଯାଜପୁର ଜିଲ୍ଲାରୁ ୬୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୯ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୪୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ରହିଛନ୍ତି । ୬୪ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରୁ ୨୭ ଜଣ କେବଳ ଖୋର୍ଦ୍ଧା ଜିଲ୍ଲାରୁ ଥିବା ବେଳେ କଟକରୁ ୧୭, ବାଲେଶ୍ୱର ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ମୟୂରଭଞ୍ଜରୁ ୩ ଏବଂ ଅନୁଗୋଳ,ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୬୫କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୭୨, ବାଲେଶ୍ୱରରେ ୨୦୭, ଭଦ୍ରକରେ ୯୪, ବୌଦ୍ଧରେ ୧୦୬, କଟକରେ ୪୧୫, ଦେବଗଡ଼ରେ ୩୯, ଢେଙ୍କାନାଳରେ ୧୩୧, ଗଞ୍ଜାମରେ ୪୬୧, କେନ୍ଦ୍ରାପଡ଼ାରେ ୧୫୧, କେନ୍ଦୁଝରରେ ୧୩୮, ମୟୂରଭଞ୍ଜରେ ୨୨୬, ନୟାଗଡ଼ରେ ୧୫୫ ଓ ପୁରୀରେ ୩୯୯କୁ ବୃଦ୍ଧି ପାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ