ରାଜ୍ୟରେ ଗୋଟିଏ ଦିନରେ ୫୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର, (ୱାଇଏନ୍ଏସ୍) : ରାଜ୍ୟରେ ଗୋଟିଏ ଦିନରେ ୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୬୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୫୧୬୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୭୨୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୭ ଜଣଙ୍କ ମଧ୍ୟରୁ ୩୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବରଗଡ଼ରେୁ ୦୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରୁ ୮ ଓ ଦେବଗଡ ଜିଲ୍ଲାର ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ, ଗଜପତି ଗଂଜାମ, ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ô୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୁରଭଂଜ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁର, ନୟାଗଡ, ନୂଆପଡା ଜିଲ୍ଲାରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।


