ରାଜ୍ୟରେ ନୂଆ ୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ପୁଣି ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ବାଲେଶ୍ବରରୁ ସର୍ବାଧିକ ୧୫ଜଣ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଓ ଯାଜପୁରରୁ ତିନିଜଣ ଲେଖାଏଁ ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାର ସୂଚନା ମିଳିଛି । ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ କୁ ବୃଦ୍ଧି ହୋଇଛି ।
ଗତକାଲି ୩୭ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଆଜି ସକାଳୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ସର୍ବାଧିକ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ହିଁ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଥିବାବେଳେ ବାଲେଶ୍ବରରେ ଏହା ୫୭କୁ ବୃଦ୍ଧି ହୋଇଛି । ସେହିପରି ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଞ୍ଚିଛି । ପୁରୀ ଓ ବୌଦ୍ଧରେ ଯଥାକ୍ରମେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଓ ୫କୁ ବୃଦ୍ଧି ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ