ରାଜ୍ୟରେ ପୁଣି ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ୱାଇଏନ୍‌ଏସ୍‌): ରାଜ୍ୟରେ ଆଜି ପୁଣି ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଅନୁଗୁଳରୁ ୫୨ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪୯ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୪, କଟକରୁ ୧୯୮ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୮ ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୫୩ ଜଣ, ଯାଜପୁରରୁ ୮୯ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୪୧୩ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୬, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ