ରାଜ୍ୟରେ ୨୪ ଘଣ୍ଟାରେ ୪୪୪୫ ପଜିଟିଭ୍ ଚିହ୍ନଟ, ୪ ମୃତ
ଭୁବନେଶ୍ବର , (ୱାଇଏନ୍ଏସ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୯୯୮୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।