ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,(ୱାଇଏନ୍ଏସ୍): ଆଜି ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୨ ଆକ୍ରାନ୍ତ ଅଛନ୍ତି । ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୫୨ହଜାର ୨୩୯କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି , ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ରାଜ୍ୟରେ ମୋଟ୍ ୨,୨୪,୨୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬,୮୯୧ ରହିଛି।


