ରାଜ୍ୟରେ ୩୯୪ ନୂଆ କରୋନା ପଜିଟିଭ୍ : ଗ‌ଞ୍ଜାମରୁ ୭ ଚି‌ହ୍ନଟ

ଭୁବନେଶ୍ବର, (‌ୱାଇଏନ୍‌ଏସ୍‌): ଓଡ଼ିଶାରେ ଦିନକରେ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଓ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ ହୋଇଛ‌ନ୍ତି । ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୧୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକରୁ ୨୭ ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୪୩ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୭୦ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୧୯ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪୦ ଜଣ, ପୁରୀରୁ ୧୨ଜଣ, ରାଗଡ଼ାରୁ ୩, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ଷ୍ଟେଟ୍ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ