ରାଜ୍ୟରେ ୩ ଦିନ ଯାଏଁ ଲାଗି ରହିବ ବର୍ଷା

(ଯୁଗାବ୍ଦ ନ୍ୟୁଜ)ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ, ଆଜି ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ନବରଙ୍ଗପୁର, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼। ଏଥିସହ ଉପକୂଳ ଓଡ଼ିଶା ଅନୁଗୋଳ, ଢେଙ୍କାନାଳ, ମାଲକାନଗିରି ଓ ରାୟଗଡ଼ାରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଏଥି ପାଇଁ ମତ୍ସଜୀବି ମାନଙ୍କ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ