ରାଜ୍ୟରେ ୩ ହଜାର ପାର୍ ହେଲା କରୋନା ପଜିଟିଭ

ଭୁବନେଶ୍ୱର, (‌ୱାଇଏନ୍‌ଏସ୍‌) : ଏପ୍ରିଲ୍ ମାସ ଆରମ୍ଭରୁ ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ଦୈନିକ ସଂକ୍ରମଣ ୩ ହଜାର ଟପିଛି । ଗତ ୨୪ ଘଣ୍ଟାରେ ମଧ୍ୟରେ ୩,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୩୪, ସୁନ୍ଦରଗଡ଼ରୁ ୫୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଅନୁଗୁଳରୁ ୪୪, ବାଲେଶ୍ୱରରୁ ୧୫୧, ବରଗଡ଼ରୁ ୧୩୨, ଭଦ୍ରକରୁ ୫୩, ବଲାଙ୍ଗିରରୁ ୧୩୩, ବୌଦ୍ଧରୁ ୯,କଟକରୁ ୧୬୩, ଦେବଗଡ଼ରୁ ୧୯, ଢେଙ୍କାନାଳରୁ ୧୯, ଗଜପତିରୁ ୧୮, ଗଞ୍ଜାମରୁ ୫୫, ଜଗତସିଂହପୁରରୁ ୨୯, ଯାଜପୁରରୁ ୭୫, ଝାରସୁଗୁଡ଼ାରୁ ୮୯, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୨୨, କେନ୍ଦୁଝରରୁ ୧୦୫, ଖୋର୍ଦ୍ଧାରୁ ୫୩୪, କୋରାପୁଟରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ