ରାଜ୍ୟରେ ୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର : ଓଡ଼ିଶାରୁ ଚିହ୍ନଟ ହେଲେ ଆଉ ୨୦ ଜଣ ପଜିଟିଭ୍ । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୭, ସୁନ୍ଦରଗଡରୁ ଦୁଇ, ବୌଦ୍ଧରୁ ଜଣେ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି । ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ଟପିଛି । ଆଜି ଗୋଟିଏ ଦିନରେ ୩୭ ଜଣ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖା ୪୧୪ ରେ ପହଞ୍ଚିଛି ।
ସେହିପରି ଗଞ୍ଜାମରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ହୋଇଥିବାବେଳେ ବୌଦ୍ଧରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ଆଜି ୧୭ ଜଣ ସୁସ୍ଥ ହୋଇଥିବାବେଳେ ରାଜ୍ୟରେ ସର୍ବମୋଟ୍ ୮୫ ଜଣ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡରୁ ଆଜି ୭ଜଣ ସୁସ୍ଥ ହୋଇଥିବା ବେଳେ ଦୁଇ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ଜିଲ୍ଲାରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬ ରହିଛି । ଏବେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬ ରହିଥିବାବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି ।


