ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ

ଭୁବନେଶ୍ୱର,(ୱାଇଏନ୍ଏସ୍): ଫକୀରମୋହଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱର ରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସହରର ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି । ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି । ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାଜ୍ୟର ଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରାଯିବ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ