ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ନବୀନ
ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସଭାର ୪ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଭାବେ ସୁବାସ ସିଂ, ମୁନ୍ନା ଖାଁ, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ ନାମକୁ ଘୋଷଣା କରିଛନ୍ତି ନବୀନ। ନିର୍ମାଣ ଶ୍ରମିକ ଅଧ୍ୟକ୍ଷ ସୁବାସ ସିଂଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯିବା ପରେ ଏବେ ତାଙ୍କ ସ୍ଥାନରେ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ ଏହି ଦାୟିତ୍ବ ଦିଆଯାଇଛି। ସୂଚନାଯାେଗ୍ୟ, ୧୭ଟି ରାଜ୍ୟର ୫୫ଟି ରାଜ୍ୟସଭା ଆସନ ପାଇଁ ଆସନ୍ତା ୨୬ରେ ନିର୍ବାଚନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୩ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି।


