ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟାଙ୍କ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ବାଲେଶ୍ଵର, (ସରୋଜ ପଣ୍ଡା):ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ରଞ୍ଜନ ବିଶ୍ୱାଳ ମଙ୍ଗଳବାର ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ରୋଗୀ ଓ ସମ୍ପର୍କୀୟ ଠାରୁ ନିରାମୟ କେନ୍ଦ୍ର ସୁବିଧା ଓ ଅସୁବିଧା ସଂକ୍ରାନ୍ତରେ ପଚାରି ବୁଝିଛନ୍ତି,ପ୍ରତିଦିନ ପ୍ରାୟ ତିନି ହଜାରରୁ ଉର୍ଦ୍ଧ ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି,ନିରାମୟ କେନ୍ଦ୍ରକୁ ପ୍ରତିଦିନ ଆସୁଥିବା ରୋଗୀଙ୍କୁ କିପରି ଅଧିକ ସହଜ ଏବଂ ସୁବିଧା ଯୋଗାଇ ଦିୟାଯିବ ଏହା ପରେ ଉପସ୍ଥିତ ହସ୍ପିଟାଲ ଅଧକ୍ଷ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି ଏବଂ ଏହି ବିଷୟରେ ବରିଷ୍ଠ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି, ନିରାମୟ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣାରେ ବହୁ ଗୁରୁତ୍ୱପୂର୍ଣ୍ଣ ଔଷଧ ମିଳୁଥିବାରୁ ଉପସ୍ଥିତ ରୋଗୀଙ୍କ ସମ୍ପର୍କୀୟ ଓଡିଶା ସରକାର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହୃଦୟରୁ ଧନ୍ୟବାଦ ଜଣାଇଛନ୍ତି। ଏହି ପରିଦର୍ଶନ ଅବସରରେ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ